fbpx

ଭୁବନେଶ୍ୱରରୁ ଆଜି ୫୭୦ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର, ୩ ।୯ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୫୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୨୧ ଓ ସ୍ଥାନୀୟ ଅଞ୍ଚଳରୁ ୩୫୯ଜଣ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱରରେ ଜଣେ ଆଜି ଜଣଙ୍କର ମୃତ୍ୟୁ ଘଟିଛି, ଫଳରେ ମୃତ୍ୟୁ ସଂଖ୍ୟା ୪୫କୁ ବୃଦ୍ଧି ପାଇଛି । ଏହାସହ ଆଜି ୩୧୬ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.