fbpx

ରାଜ୍ୟରେ ପୁଣି ଓପର ମୁହାଁ କରୋନା ଗ୍ରାଫ : ୨୪ ଘଣ୍ଟାରେ ୫୭୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଉପରମୁହାଁ ହେଉଛି କରୋନା ଗ୍ରାଫ । ଟ୍ରେଣ୍ଡ ଅନୁଯାଇ ଲଗାତାର ୩ ଦିନ ରାଜ୍ୟରେ ହେବ ୫୦୦ରୁ ଅଧିକ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୩୩୭ ଜଣ କ୍ୱାରାଣ୍ଟିନରେ ରହିଥିବା ବେଳେ ୨୬୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ରୁ କମ ବର୍ଷର ପିଲା ୬୯ ଜଣ ସଂକ୍ରମିତ ରହିଛନ୍ତି ।

ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଟକରୁ ୬୮ ଜଣ ଚିହ୍ନଟ ହୋଇଛନ୍ତି । ସେହିଭଳି ସୁନ୍ଦରଗଡରୁ ୬୩ , ସମ୍ବଲପୁରରୁ ୪୧ , ମୟୁରଭଞ୍ଜରୁ ୧୬, ବାଲେଶ୍ୱରରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଗଜପତି ,କଳାହାଣ୍ଡି ଓ ନୟାଗଡରୁ ୫ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସେହିପରି ଯାଜପୁର୧୫,ଝାରସୁଗୁଡା ୬, ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ତେବେ ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୪ ହଜାର ୦୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.