fbpx

ପୁଣି ଓଡ଼ିଶାରୁ ୫୮ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

Advertisement

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିଲେ ବି ମୃତ୍ୟୁ ସଂଖ୍ୟା ରେକର୍ଡସ୍ତରରେ ରହୁଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮ ଜଣଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୧୧୬କୁ ବୃଦ୍ଧି ପାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୯ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବରଗଡ଼ରୁ ୭, ଗଞ୍ଜାମରୁ ୫, ବଲାଙ୍ଗିରରୁ ୪, ବାଲେଶ୍ୱର, କଟକ, ପୁରୀ ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଏହା ସହ ବୌଦ୍ଧ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.