fbpx
BJD SKY
BJD SKY

ରାଜ୍ୟରେ ଚିହ୍ନଟ ହେଲେ ୫୮ କରୋନା ପଜିଟିଭ୍

BJD

ଭୁବନେଶ୍ୱର, ୧୨ା୨ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୫୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୫ ଓ ସ୍ଥାନୀୟ ଅଞ୍ଚଳରୁ ୨୩ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୩ ହଜାର ୨୮୦ ରହିଥିବା ବେଳେ ୭୯୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.