fbpx

ଓଡ଼ିଶାରେ ତଳକୁ ଖସୁଛି କରୋନା ହାର: ଆଜି ଚିହ୍ନଟ ହେଲେ ୫୮୯୬ ପଜିଟିଭ୍

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ହାର କ୍ରମଶଃ ନିମ୍ନମୁଖୀ ହେବାରେ ଲାଗିଛି । ପୂର୍ବରୁ ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଥିଲା । ବର୍ତ୍ତମାନ ଲକଡାଉନର ପ୍ରଭାବ ରାଜ୍ୟରେ କିଛିମାତ୍ରାରେ ପଡ଼ୁଥିବା ଲକ୍ଷ୍ୟ କରାଯାଉଛି । ଏହା ମଧ୍ୟରେ ଆଜି ପୁଣି ୫୮୯୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୩୩୨ ଓ ସ୍ଥାନୀୟ ଅଞ୍ଚଳରୁ ୨୫୬୪ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୨୫ ହଜାର ୧୧୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୭ ଲକ୍ଷ ୪୭ ହଜାର ୮୦୫ ରହିଥିବା ବେଳେ ୭୪ ହଜାର ୧୪୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.