fbpx

ଓଡ଼ିଶାରେ ମୃତ୍ୟୁର ତାଣ୍ଡବ ରଚିଲା କରୋନା, ଆଜି ୫୯ ଜଣଙ୍କ ମୁଣ୍ଡ ଗଡ଼ିଲା

ଭୁବନେଶ୍ୱର, (ଓଡିଶା ଭାସ୍କର):  ଗତ ଦୁଇଦିନ ଧରି ରାଜ୍ୟରେ କରୋନା ମୃତ୍ୟୁ ୫୦ ଉପରେ ରହୁଥିବା ବେଳେ ଆଜି ସୀମା ଟପିଛି । କରୋନା ରାଜ୍ୟକୁ ସମ୍ପୂର୍ଣ୍ଣ ଭାବେ କବଳିତ କରିସାରିଛି, ଏହା ଆଜିର ମୃତ୍ୟୁ ସଂଖ୍ୟାରୁ ପ୍ରମାଣିତ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୩୫୮କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧୦ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବରଗଡ଼, ଢେଙ୍କାନାଳ, ପୁରୀରୁ ଜଣ ଲେଖାଏଁ, ସୁନ୍ଦରଗଡ଼, ରାୟଗଡ଼ା, ନୟାଗଡ଼, ଗଞ୍ଜାମରୁ ୪ ଜଣ ଲେଖାଏଁ, କଳାହାଣ୍ଡି, କେନ୍ଦ୍ରାପଡ଼ା, ନବରଙ୍ଗପୁରରୁ ୩ ଜଣ ଲେଖାଏଁ, କଟକ, ଯାଜପୁର, ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ଅନୁଗୁଳ, ଜଗତସିଂହପୁର, କୋରାପୁଟରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.