fbpx

ରାଜ୍ୟରେ ଚିହ୍ନଟ ହେଲେ ୫୯ କରୋନା ପଜିଟିଭ୍

ଭୁବନେଶ୍ୱର, ୧୩୨ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୫୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୪ ଓ ସ୍ଥାନୀୟ ଅଞ୍ଚଳରୁ ୨୫ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୧୦୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୩ ହଜାର ୩୫୧ ରହିଥିବା ବେଳେ ୭୮୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.