fbpx

ବଡ ଖବର: ରାଜ୍ୟରେ ଆଜି ପୁଣି ୫୯୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୧୮ ।୭(ଓଡିଶା ଭାସ୍କର): ସାରା ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୫୯୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୯୪ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୯୭ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬,୭୦୧ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରେ ସର୍ବାଧିକ ୧୮୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୧୨୧, କଟକ ଓ ବରଗଡରୁ ୩୫, ଜଗତସିଂହପୁର, ମୟୂରଭଞ୍ଜ ଓ ନବରଙ୍ଗପୁରରୁ ୨୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.