fbpx
BJD SKY
BJD SKY

ସଂକ୍ରମଣ କବଜାରେ ଦେଶ, ୫ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

BJD

ନୂଆଦିଲ୍ଲୀ, ୨୭ା୬: ଦେଶରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନା । ଏହାରି ମଧ୍ୟରେ ଗତ୨୪ଘଣ୍ଟା ମଧ୍ୟରେ ୧୮ହଜାର ୫୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮୪ଜଣଙ୍କର ମୃତ୍ୟୁ ହୋଇଛି । ଏଥିସହିତ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୫ଲକ୍ଷ ୮ହଜାରକୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୧୫ହଜାର ୬୮୫ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୨ଲକ୍ଷ ୯୫ହଜାର ୮୮୦ ଜଣ ସୁସ୍ଥ ହୋଇଛନ୍ତି ଓ ଏବେ ବି ୧ଲକ୍ଷ ୯୭ହଜାର ୩୮୭ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.