ରାଜ୍ୟରେ କମିଲା ମୃତ୍ୟୁସଂଖ୍ୟା, ଆଜି ୬ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ସମ୍ଭାବ୍ୟ ତୃତୀୟ ଲୋକଙ୍କ ମନରେ ଭୟ ସୃଷ୍ଟି ହେଉଥିବା ବେଳେ ରାଜ୍ୟରେ ମୃତ୍ୟୁସଂଖ୍ୟା ହଠାତ୍ କମିଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮,୦୨୮ କୁ ବୃଦ୍ଧି ପାଇଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଯାଜପୁର ଓ କଟକରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।