fbpx

ରାଜ୍ୟରେ ଆଜି ୬ମୁଣ୍ଡ ନେଲା କରୋନା

Advertisement

ଭୁବନେଶ୍ୱର, ୨୩ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୨୭ଜିଲ୍ଲାରୁ ସର୍ବାଧିକ ୧୨୬୪କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬ଜଣଙ୍କ ଜୀବନ ନେଇଛି କରୋନା ଭାଇରସ । ମୃତ୍ୟୁ ହୋଇଥିବା ୬ଜଣଙ୍କ ମଧ୍ୟରୁ ୫ଜଣ ଗଞ୍ଜାମ ଜିଲ୍ଲାର ଓ ସେଠାରେ ମୃତ୍ୟୁ ସଂଖ୍ୟା ୬୭କୁ ବୃଦ୍ଧି ପାଇଛି । ଅନ୍ୟ ଜଣେ ଖୋର୍ଦ୍ଧା ଜିଲ୍ଲାର ଓ ସେଠାରେ ମୃତ୍ୟୁ ସଂଖ୍ୟା ୧୫ରେ ପହଞ୍ଚିଥିବା ନେଇ ସୂଚନା ମିଳିଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.