fbpx

ରାଜ୍ୟରେ ବଢୁଛି ମୃତ୍ୟୁ ସଂଖ୍ୟା: ଆଜି ଆଉ ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୦ ।୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୬୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଗଞ୍ଜାମରୁ ୫ ଓ ଗଜପତିରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୫୯ରେ ପହଞ୍ଚିଛି । ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୯୭ରେ ପହଞ୍ଚିଛି ।

ଗଞ୍ଜମରେ ୫ ମୃତକଙ୍କ ମଧ୍ୟରେ ଜଣେ ୭୦ ବର୍ଷୀୟ ପୁରୁଷ ଅଛନ୍ତି, ଯେକି ମଧୁମେହରେ ପୀଡିତ ଥିଲେ । ସେହିପରି ଆଉ ଜଣେ ୪୦ ବର୍ଷୀୟ ପୁରୁଷ, ୫୨ ବର୍ଷୀୟ ପୁରୁଷ, ୪୨ ବର୍ଷୀୟ ପୁରୁଷ, ୫୪ ବର୍ଷୀୟ ପୁରୁଷଙ୍କ କରୋନା ଜନିତ ମୃତ୍ୟୁ ହୋଇଛି ।

ଅନ୍ୟପଟେ ଗଜପତିରେ ଜଣେ ୫୫ ବର୍ଷୀୟ ମହିଳାଙ୍କର କରୋନା ଜନିତ ମୃତ୍ୟୁ ହୋଇଛି । ସେ ମଧ୍ୟ ମଧୁମେହ ରୋଗରେ ପୀଡିତ ଥିବା ସୂଚନା ମିଳିଛି ।

Get real time updates directly on you device, subscribe now.