fbpx

ରାଜ୍ୟରେ ୧୦୦ ଟପିଲା ମୃତ୍ୟୁ ସଂଖ୍ୟା: କରୋନା ନେଲା ଆଉ ୬ ମୁଣ୍ଡ

ଭୁବନେଶ୍ୱର,୨୧ ।୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଏହାରି ମଧ୍ୟରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ଆଜି ରାଜ୍ୟରେ ୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ କରୋନା ମୃତ୍ୟୁ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 


ତେବେ କଟକ, ଗଜପତି ଓ ଜଗତସିଂହପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ସେହିପରି କେନ୍ଦ୍ରାପଡା, ଖୋର୍ଦ୍ଧା ଓ ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହି କ୍ରମରେ କରୋନା ମୃତ୍ୟୁ ଖୋର୍ଦ୍ଧାରେ ୧୪,କଟକରେ ୯, ଗଜପତିରେ ୫, ଜଗତସିଂହପୁର, କେନ୍ଦ୍ରପଡା ଓ ରାୟଗଡାରେ ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.