fbpx

ଓଡ଼ିଶାରୁ ୬୦ ଜୀବନ ନେଲା ଘାତକ କରୋନା, ଆଜି ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିଲେ ବି ମୃତ୍ୟୁ ସଂଖ୍ୟା ରେକର୍ଡସ୍ତରରେ ରହୁଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦ ଜଣଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୬୩୪କୁ ବୃଦ୍ଧି ପାଇଛି ।

ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୪ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଖୋର୍ଦ୍ଧାରୁ ୮, କଟକ ଓ ଅନୁଗୁଳରୁ ୬ ଜଣ ଲେଖାଏଁ, କେନ୍ଦୁଝର ଓ ପୁରୀରୁ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହା ସହ ବୌଦ୍ଧ ଓ ସମ୍ବଲପୁରରୁ ୪ ଜଣ ଲେଖାଏଁ, ଭଦ୍ରକରୁ ୨, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଓ ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.