ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ହାର କ୍ରମଶଃ ନିମ୍ନମୁଖୀ ହେବାରେ ଲାଗିଛି । ପୂର୍ବରୁ ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଥିଲା । ବର୍ତ୍ତମାନ ଲକଡାଉନର ପ୍ରଭାବ ରାଜ୍ୟରେ କିଛିମାତ୍ରାରେ ପଡ଼ୁଥିବା ଲକ୍ଷ୍ୟ କରାଯାଉଛି । ଏହା ମଧ୍ୟରେ ଆଜି ପୁଣି ୬୦୧୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୩୯୭ ଓ ସ୍ଥାନୀୟ ଅଞ୍ଚଳରୁ ୨୬୨୨ ଜଣ ଚିହ୍ନଟ ହୋଇଛନ୍ତି ।
6. Boudh: 79
7. Cuttack: 531
8. Deogarh: 24
9. Dhenkanal: 291
10. Gajapati: 34
11. Ganjam: 73
12. Jagatsinghpur: 196
13. Jajpur: 406
14. Jharsuguda: 41
15. Kalahandi: 70
16. Kandhamal: 76
17. Kendrapada: 218
18. Keonjhar: 120
19. Khurda: 796
20. Koraput: 142
21. Malkangiri: 85— I & PR Department, Odisha (@IPR_Odisha) June 9, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୩୧ ହଜାର ୧୨୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୭ ଲକ୍ଷ ୫୬ ହଜାର ୬୪୧ ରହିଥିବା ବେଳେ ୭୧ ହଜାର ୩୧୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 8836
Cumulative tested: 12387968
Positive: 831129
Recovered: 756641
Active cases: 71312— I & PR Department, Odisha (@IPR_Odisha) June 9, 2021