ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛି ଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀରୁ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱରକୁ ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
Covid-19 Report For 24th September
New Positive Cases: 602
Of which 0-18 years: 79
In quarantine: 353
Local contacts: 249(Details of local contacts will be shared by concerned Dist Administration)
District Wise Cases:
1. Angul: 6
2. Balasore: 24
3. Bhadrak: 7
4. Balangir: 1— I & PR Department, Odisha (@IPR_Odisha) September 25, 2021
ଆଜି ୬୦୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୫୩୯ ଓ ସ୍ଥାନୀୟ ଅଞ୍ଚଳରୁ ୨୪୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୯ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୭୩୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୯ ହଜାର ୫୮୨ ରହିଥିବା ବେଳେ ୫ ହଜାର ୯୩୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Puri: 13
23. Rayagada: 4
24. Sambalpur: 23
25. Sonepur: 3
26. Sundargarh: 5
27. State Pool: 63New recoveries: 494
Cumulative tested: 19658891
Positive: 1023735
Recovered: 1009582
Active cases: 5930— I & PR Department, Odisha (@IPR_Odisha) September 25, 2021