ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ହାର କ୍ରମଶଃ ନିମ୍ନମୁଖୀ ହେବାରେ ଲାଗିଛି । ପୂର୍ବରୁ ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଥିଲା । ବର୍ତ୍ତମାନ ଲକଡାଉନର ପ୍ରଭାବ ରାଜ୍ୟରେ କିଛିମାତ୍ରାରେ ପଡ଼ୁଥିବା ଲକ୍ଷ୍ୟ କରାଯାଉଛି । ଏହା ମଧ୍ୟରେ ଆଜି ପୁଣି ୬୦୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୪୪୬ ଓ ସ୍ଥାନୀୟ ଅଞ୍ଚଳରୁ ୨୬୫୧ ଜଣ ଚିହ୍ନଟ ହୋଇଛନ୍ତି ।
6. Boudh: 130
7. Cuttack: 647
8. Deogarh: 28
9. Dhenkanal: 73
10. Gajapati: 48
11. Ganjam: 45
12. Jagatsinghpur: 226
13. Jajpur: 434
14. Jharsuguda: 42
15. Kalahandi: 77
16. Kandhamal: 112
17. Kendrapada: 253
18. Keonjhar: 123
19. Khurda: 1017
20. Koraput: 126
21. Malkangiri: 84— I & PR Department, Odisha (@IPR_Odisha) June 10, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୩୭ ହଜାର ୨୨୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୭ ଲକ୍ଷ ୬୪ ହଜାର ୬୭୩ ରହିଥିବା ବେଳେ ୭୯ ହଜାର ୩୩୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 8032
Cumulative tested: 12457606
Positive: 837226
Recovered: 764673
Active cases: 69333— I & PR Department, Odisha (@IPR_Odisha) June 10, 2021