fbpx

ରେକର୍ଡ ସ୍ତରରେ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା, ଆଜି ୬୧ ଜଣ ଟଳିଲେ

ଭୁବନେଶ୍ୱର, (ଓଡିଶା ଭାସ୍କର): ଆଜି ରାଜ୍ୟରେ କରୋନା ମୃତ୍ୟୁ ରେକର୍ଡ ପାର କରିଛି । ଗତ ଚାରିଦିନ ହେଲା କରୋନାରେ ୫୦ରୁ ଅଧିକ ଲୋକ ମୃତ୍ୟୁବରଣ କରୁଥିବା ଦେଖାଯାଉଛି । କରୋନା ରାଜ୍ୟକୁ ସମ୍ପୂର୍ଣ୍ଣ ଭାବେ କବଳିତ କରିସାରିଛି, ଏହା ମୃତ୍ୟୁ ସଂଖ୍ୟାରୁ ପ୍ରମାଣିତ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୪୭୬କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧୧ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବରଗଡ଼, ଗଞ୍ଜାମ, ମୟୂରଭଞ୍ଜ ଓ ପୁରୀରୁ ୬ ଜଣ ଲେଖାଏଁ, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୫ ଜଣ ଲେଖାଏଁ, କେନ୍ଦୁଝରରୁ ୪ ଜଣ, ଭଦ୍ରକ, ଢେଙ୍କାନାଳ ଓ ନୟାଗଡ଼ରୁ ୨ ଜଣ ଲେଖାଏଁ, ବୌଦ୍ଧ, ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ନୂଆପଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.