fbpx

ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୬୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧୫ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୬୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୦,୪୭୬କୁ ବୃଦ୍ଧି ପାଇଛି । ଗଞ୍ଜାମରୁ ସର୍ବାଧିକ ୨୭୦, ସୁନ୍ଦରଗଡ଼ରୁ ୮୪, କେନ୍ଦୁଝରରୁ ୪୮, ଗଜପତିରୁ ୩୫, ବାଲେଶ୍ୱରରୁ ୩୧, ଖୋର୍ଦ୍ଧାରୁ ୨୮, ନୟାଗଡ଼ାରୁ ୨୫, ଯାଜପୁରରୁ ୨୦, ମୟୁରଭଞ୍ଜରୁ ୧୫, କଟକରୁ ୧୦, କୋରାପୁଟରୁ ୧୦, ଜଗତସିଂହପୁରୁ ୧୦, ବରଗଡ଼ରୁ ୬, ପୁରୀରୁ ୬, ବଲାଙ୍ଗୀରରୁ ୫, କେନ୍ଦ୍ରାପଡ଼ାରୁ ୩, କଳାହାଣ୍ଡିରୁ ୨, କନ୍ଧମାଳରୁ ୨, ରାୟଗଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.