fbpx

୨୪ ଘଣ୍ଟାରେ ଚାଲିଗଲା ୬୧୩ ଜୀବନ

ନୂଆଦିଲ୍ଲୀ,୫ ।୭: ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧୯ ହଜାର ୨୬୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୧୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୨୪ ହଜାର ୮୫୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୭୩ ହଜାର ୧୬୫କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪ ଲକ୍ଷ ୯ ହଜାର ୮୩ ସୁସ୍ଥ ହୋଇଥିବା ବେଳେ ୨ ଲକ୍ଷ ୪୪ ହଜାର ୮୧୪ ଜଣ ବର୍ତ୍ତମାନ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.