ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ନିୟମନ୍ତ୍ରକୁ ଆସିଥିଲେ ବି ମୃତ୍ୟୁ ସଂଖ୍ୟା ରେକର୍ଡସ୍ତରରେ ରହୁଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଦୈନିକ ୬୦ ଉପରେ ଜୀବନ ନେଉଛି କରୋନା ମହାମାରୀ । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨ ଜଣଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୫୭୪କୁ ବୃଦ୍ଧି ପାଇଛି ।
ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୨ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୧୦, କେନ୍ଦୁଝରରୁ ୪, ଯାଜପୁରରୁ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହା ସହ ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ପୁରୀରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।