ଭୁବନେଶ୍ୱର,(ଓଡିଶା ଭାସ୍କର): ରାଜ୍ୟରେ କରୋନାର ଉପର ତଳ ଖେଳ ଆରମ୍ଭ ହୋଇଗଲାଣି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୬୨୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୬୬ ଓ ସ୍ଥାନୀୟ ଅଞ୍ଚଳରୁ ୨୫୯ ଜଣ ଚିହ୍ନଟ ହେବା ସହ ୮୦ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨ ହଜାର ୩୨୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୮୬ ହଜାର ୩୩୪ ରହିଥିବା ବେଳେ ୮ ହଜାର ୪୪୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 23rd August
New Positive Cases: 625
Of which 0-18 years: 80
In quarantine: 366
Local contacts: 259(Details of local contacts will be shared by concerned Dist Administration)
District Wise Cases:
1. Angul: 18
2. Balasore: 50
3. Bargarh: 6
4. Bhadrak: 8— I & PR Department, Odisha (@IPR_Odisha) August 24, 2021
21. Nayagarh: 10
22. Nuapada: 1
23. Puri: 29
24. Rayagada: 12
25. Sambalpur: 18
26. Sundargarh: 6
27. State Pool: 48New recoveries: 1032
Cumulative tested: 17598024
Positive: 1002323
Recovered: 986334
Active cases: 8443— I & PR Department, Odisha (@IPR_Odisha) August 24, 2021