fbpx

ରାଜ୍ୟରେ ଆଉ ୬୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୩ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୬୨କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୪୯୮କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୬୨ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୪୧, ବାଲେଶ୍ୱରରୁ ୧୫ ଓ ରାଉରକେଲାରୁ ଜଣେ ରହିଛନ୍ତି । ଓଡ଼ିଶାରେ ୫୭ଜଣ ସୁସ୍ଥ ହେବା ସହ ଅନ୍ୟ ରାଜ୍ୟର ମଧ୍ୟ ୪ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୨୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୯୭ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟୁ ଘଟିଛି । ଏବେ ରାଜ୍ୟରେ ୭୬୩ଜଣ ଆକ୍ଟିଭ କେସ୍ ରହିଛି ।

Get real time updates directly on you device, subscribe now.