ଭୁବନେଶ୍ୱର, ୧୮ା୨ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୬୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୯ ଓ ସ୍ଥାନୀୟ ଅଞ୍ଚଳରୁ ୨୪ ଜଣ ଚିହ୍ନଟ ହୋଇଛନ୍ତି । ଆଜି କରୋନାରେ ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୧୯୧୩କୁ ବୃଦ୍ଧି ପାଇଛି । ମୃତକ ଜଣକ ମୟୂରଭଞ୍ଜ ଜିଲ୍ଲାର ୫୦ ବର୍ଷିୟ ବ୍ୟକ୍ତି ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 17th Feb
New Positive Cases: 63
In quarantine: 39
Local contacts: 24(Details of local contacts will be shared by concerned District Administration)
District Wise Cases:
1. Balasore: 4
2. Bargarh: 7
3. Bhadrak: 2
4. Boudh: 1
5. Cuttack: 1
6. Deogarh: 1— I & PR Department, Odisha (@IPR_Odisha) February 18, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୬୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୩ ହଜାର ୭୮୮ ରହିଥିବା ବେଳେ ୭୦୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
18. Sambalpur: 6
19. Sundargarh: 10
20. State Pool: 1New recoveries: 88
Cumulative tested: 8100749
Positive: 336460
Recovered: 333788
Active cases: 706— I & PR Department, Odisha (@IPR_Odisha) February 18, 2021