fbpx

ରାଜ୍ୟରେ ଆଉ ୬୩ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୧।୩(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୬୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୯୯୨ ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୮ ଓ ସ୍ଥାନୀୟ ଅଞ୍ଚଳରୁ ୨୫ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୫ ହଜାର ୩୨୨ ରହିଥିବା ବେଳେ ୭୦୦ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ମୟୁରଭଞ୍ଜ ଜିଲ୍ଲାରୁ ସର୍ବାଧିକ ୧୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୧୧, ବାଲେଶ୍ୱର ଏବଂ ସୁନ୍ଦରଗଡ଼ରୁ ୭ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୧, ଦେବଗଡ଼ ୩, ଗଞ୍ଜାମ ୧, ଯାଜପୁର ୩, ଝାରସୁଗୁଡ଼ା ୧, କଳାହାଣ୍ଡି ୨, ଖୋର୍ଦ୍ଧା ୪, କୋରାପୁଟ ୧ ଏବଂ ନୂଆପଡ଼ାରୁ ମଧ୍ୟ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.