ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି, ପଢ଼ାଇବେ 6387 ଅତିଥି ଶିକ୍ଷକ

ଅବସରପ୍ରାପ୍ତ 6387 ଶିକ୍ଷକଙ୍କୁ ଅତିଥି ଶିକ୍ଷକ ଭାବେ ମିଳିବ ନିଯୁକ୍ତି । ଅନୁଦାନପ୍ରାପ୍ତ, ବ୍ଲକଗ୍ରାଣ୍ଡ ହାଇସ୍କୁଲ ସହ ସଂସ୍କୃତ ଟୋଲ ସ୍କୁଲରେ ମିଳିବ ନିଯୁକ୍ତି ।

ଭୁବନେଶ୍ବର: ଅବସରପ୍ରାପ୍ତ 6387 ଶିକ୍ଷକଙ୍କୁ ଅତିଥି ଶିକ୍ଷକ ଭାବେ ମିଳିବ ନିଯୁକ୍ତି । ଅନୁଦାନପ୍ରାପ୍ତ, ବ୍ଲକଗ୍ରାଣ୍ଡ ହାଇସ୍କୁଲ ସହ ସଂସ୍କୃତ ଟୋଲ ସ୍କୁଲରେ ମିଳିବ ନିଯୁକ୍ତି । ବିଦ୍ଯାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଏନେଇ ଚିଠି ଲେଖା ହୋଇଛି ।

ନୂଆ TGT ନିଯୁକ୍ତ ହେବା ଯାଏଁ ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷକତା କରିବେ । ନିଜ ଅଞ୍ଚଳରେ ଫାଙ୍କା ଥିବା ପଦବୀ ବିଷୟରେ ଅବଗତ କରାଇବେ ଡିଇଓ । ଖାଲି ପଦବୀରେ TGT ନିଯୁକ୍ତ ହେଲେ ଅତିଥି ଶିକ୍ଷକ ଅପସାରିତ ହେବେ ।