fbpx

ଆଜି ରାଜ୍ୟରେ ୬୪ ଜଣଙ୍କର କରୋନାରେ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ଆଜି ରାଜ୍ୟରେ କରୋନା ମୃତ୍ୟୁ ରେକର୍ଡ ପାର କରିଛି । ଗତ ଏଗାର ଦିନ ହେଲା କରୋନାରେ ୫୦ରୁ ଅଧିକ ଲୋକ ମୃତ୍ୟୁବରଣ କରୁଥିବା ଦେଖାଯାଉଛି । କରୋନା ରାଜ୍ୟକୁ ସମ୍ପୂର୍ଣ୍ଣ ଭାବେ କବଳିତ କରିସାରିଛି, ଏହା ମୃତ୍ୟୁ ସଂଖ୍ୟାରୁ ପ୍ରମାଣିତ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ ।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୯୨୫କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୨ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବରଗଡ଼ରୁ ୧୦ ଜଣ, ବାଲେଶ୍ୱରରୁ ୮, ସୁନ୍ଦରଗଡ଼ରୁ ୭, ଗଞ୍ଜାମରୁ ୬, କନ୍ଧମାଳ ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ନୂଆପଡ଼ା, ପୁରୀ, ରାୟଗଡ଼ା, ବୌଦ୍ଧ ଓ କଳାହାଣ୍ଡିରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.