fbpx

ରାଜ୍ୟରେ ମାଡିଚାଲିଛି କରୋନା: ଆଜି ପୁଣି ୬୪୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୨୧ ।୭(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୨୩ଟି ଜିଲ୍ଲାରୁ ୬୪୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୩୧ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୧୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରେ ସର୍ବାଧିକ ୨୨୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି କଟକରେ ୮୪ ଓ ଖୋର୍ଦ୍ଧରେ ୬୮, ରାୟଗଡରେ ୪୭, ବାଲେଶ୍ୱରରେ ୪୦, ଅନୁଗୁଳରେ ୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.