fbpx

୨୪ଘଣ୍ଟାରେ ୬୪୮ ମୁଣ୍ଡ ନେଲା କରୋନା

ନୂଆଦିଲ୍ଲୀ, ୨୨ା୭: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୩୭,୭୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪୮ଜଣଙ୍କର ମୃତ୍ୟୁ ହୋଇଛି ।ଏହାସହ ଦେଶରେ କରୋନା ଆକ୍ରାନ୍ତଙ୍କ ୧୧,୯୨,୯୧୫କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୨୮,୭୩୨ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୭,୫୩,୦୫୦ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪,୧୧,୧୩୩ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସେହିପରି ମହାରାଷ୍ଟ୍ରରେ ସର୍ବାଧିକ ୧୨ହଜାର ୨୭୬, ଦିଲ୍ଲୀରେ ୩୬୯୦, ତାମିଲନାଡୁରେ ୨୬୨୬, ଗୁଜୁରାଟରେ ୨୧୯୬ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.