fbpx

ରାଜ୍ୟରେ ୬୫ ଆକ୍ରାନ୍ତଙ୍କ ଜୀବନ ନେଲା ଘାତକ କରୋନା, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିଲେ ବି ମୃତ୍ୟୁ ସଂଖ୍ୟା ରେକର୍ଡସ୍ତରରେ ରହୁଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୫ ଜଣଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୭୦୩କୁ ବୃଦ୍ଧି ପାଇଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବରଗଡ଼ରୁ ୭, ସୁନ୍ଦରଗଡ଼ରୁ ୬, ଝାରସୁଗୁଡ଼ା ଓ ସମ୍ବଲପୁରରୁ ୫ ଜଣ ଲେଖାଏଁ, ଅନୁଗୁଳ, ବଲାଙ୍ଗିର, ଗଞ୍ଜାମ, ଯାଜପୁର, ପୁରୀ ଓ କଟକରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହା ସହ ଭଦ୍ରକ, ଗଜପତି, ଜଗତସିଂହପୁର, କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି ଓ କେନ୍ଦୁଝରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.