ରାଜ୍ୟରେ ଆଜି ପୁଣି ୬୫ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଯେତେ ସଚେତନ ରହିଲେ ବି ରାଜ୍ୟରେ ମୃତ୍ୟୁସଂଖ୍ୟା କମିବାରେ ନାଁ ଧରୁନାହିଁ । ପ୍ରତିଦିନ ୬୦ ଉପରକୁ ଜୀବନ ନେଇଛୁ କରୋନା ମହାମାରୀ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଏହାରି ମଧ୍ୟରେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୭ ହଜାର ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭,୦୮୬ କୁ ବୃଦ୍ଧି ପାଇଛି ।

ତେବେ ଆଜି କଟକ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଜଗତସିଂହପୁରରୁ ୧୧, କେନ୍ଦ୍ରାପଡ଼ାରୁ ୯, ଢେଙ୍କାନାଳରୁ ୭, ଅନୁଗୁଳ ଓ ବାଲେଶ୍ୱରରୁ ୫ ଜଣ ଲେଖାଏଁ, ଭଦ୍ରକ ଓ ମୟୂରଭଞ୍ଜରୁ ୩ ଜଣ ଲେଖାଏଁ, ପୁରୀରୁ ୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କେନ୍ଦୁଝର, ଗଞ୍ଜାମ, ଖୋର୍ଦ୍ଧା, କୋରାପୁଟ ଓ ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।