fbpx

ରାଜ୍ୟରେ ଆଉ ୬୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୪ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୪୮୧କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୬୫ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୧୪, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୧୦ଜଣ ଲେଖାଏଁ, ଭଦ୍ରକରୁ ୮, କେନ୍ଦୁଝରରୁ ୭, ବଲାଙ୍ଗିରରୁ ୬, ଖୋର୍ଦ୍ଧାରୁ ୩, ବାଲେଶ୍ୱର ଓ ଯାଜପୁରରୁ ୨ଜଣ ଲେଖାଏଁ, ଢ଼େଙ୍କାନାଳ, ଝାରସୁଗୁଡ଼ା ଓ କନ୍ଧମାଳରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.