fbpx

ଆଜି ରାଜ୍ୟରେ ୬୫ ଜଣଙ୍କର କରୋନାରେ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ଆଜି ରାଜ୍ୟରେ କରୋନା ମୃତ୍ୟୁ ରେକର୍ଡ ପାର କରିଛି । ଗତ ଛଅଦିନ ହେଲା କରୋନାରେ ୫୦ରୁ ଅଧିକ ଲୋକ ମୃତ୍ୟୁବରଣ କରୁଥିବା ଦେଖାଯାଉଛି । କରୋନା ରାଜ୍ୟକୁ ସମ୍ପୂର୍ଣ୍ଣ ଭାବେ କବଳିତ କରିସାରିଛି, ଏହା ମୃତ୍ୟୁ ସଂଖ୍ୟାରୁ ପ୍ରମାଣିତ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୫୯୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧୪ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବରଗଡ଼, କେନ୍ଦୁଝର ଓ ପୁରୀରୁ ୬ ଜଣ ଲେଖାଏଁ, ମୟୂରଭଞ୍ଜ, ଅନୁଗୁଳରୁ ୫ ଜଣ ଲେଖାଏଁ, ନୟାଗଡ଼ରୁ ୪ ଜଣ, ଗଞ୍ଜାମ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ବାଲେଶ୍ୱର, ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ ଓ ସମ୍ବଲପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.