fbpx

ରାଜ୍ୟରେ ଆଜି ପୁଣି ୬୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ୨୦।୨ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୬୫ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୮ ଓ ସ୍ଥାନୀୟ ଅଞ୍ଚଳରୁ ୨୭ ଜଣ ଚିହ୍ନଟ ହୋଇଛନ୍ତି । ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୫୭୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୩ ହଜାର ୯୮୦ ରହିଥିବା ବେଳେ ୬୩୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

Get real time updates directly on you device, subscribe now.