fbpx

ରାଜ୍ୟରେ ଆଉ ୬୫ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୬।୩(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୬୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୩୨୩ ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୭ ଓ ସ୍ଥାନୀୟ ଅଞ୍ଚଳରୁ ୨୮ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୩୦ ରହିଥିବା ବେଳେ ୬୨୨ ଜଣ ଚିକିତ୍ସିତ ହେଉଛନ୍ତି । ଆଜି ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଲେଖାଏଁ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.