fbpx

ଦିନକରେ ୪୭ ହଜାର ୭୦୩ ଚିହ୍ନଟ, ୬୫୪ ମୃତ

ନୂଆଦିଲ୍ଲୀ,୨୮ ।୭:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୩୩,୪୨୫କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୫୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୪୭ ହଜାର ୭୦୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ଲକ୍ଷ ୮୩ ହଜାର ୧୫୬କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪,୯୬,୯୮୮ ଜଣ ଚିକିତ୍ସିତ ହେଉଥିବା ବେଳେ ୯,୫୨,୭୪୩ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.