fbpx

ଥମୁନି ମୃତ୍ୟୁର ତାଣ୍ଡବ! ରାଜ୍ୟରେ ପୁଣି ୬୬ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିଲେ ବି ମୃତ୍ୟୁ ସଂଖ୍ୟା ରେକର୍ଡସ୍ତରରେ ରହୁଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୮୩୪କୁ ବୃଦ୍ଧି ପାଇଛି ।

ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୧ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କଟକରୁ ୧୦, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୬, ଯାଜପୁରରୁ ୫, ଗଞ୍ଜାମ, ଜଗତସିଂହପୁର ଓ ପୁରୀରୁ ୪ ଜଣ ଲେଖାଏଁ, ବାଲେଶ୍ୱର, ଝାରସୁଗୁଡା, କେନ୍ଦ୍ରାପଡା, ମୟୂରଭଞ୍ଜରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହା ସହ ବୌଦ୍ଧ, ଦେବଗଡ଼, ଗଜପତି, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.