fbpx
BSKY
BJD MC SKY
BJD MS SKY

ରାଜ୍ୟରୁ ୬୬ ମୁଣ୍ଡ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁକୁ ନେଇ ପ୍ରଶାସନ ଓ ଜନସାଧାରଣ ଆଶଙ୍କା ମଧ୍ୟରେ ରହିଛନ୍ତି । ଗତ କିଛି ଦିନ ହେଲା କରୋନା ମୃତ୍ୟୁସଂଖ୍ୟା ୬୦ ତଳକୁ ଖସିବାର ନାଁ ଧରୁନାହିଁ । ମୃତ୍ୟୁ କ୍ଷେତ୍ରରେ ରାଜ୍ୟକୁ କରୋନା କବଳିତ କରିସାରିଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬ ହଜାର ୫୦୧ କୁ ବୃଦ୍ଧି ପାଇଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କଟକରୁ ୧୩, ସମ୍ବଲପୁରରୁ ୮, ବରଗଡ଼ରୁ ୭, ବଲାଙ୍ଗିରରୁ ୩, ନୂଆପଡ଼ାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଝାରସୁଗୁଡ଼ା, କଳାହାଣ୍ଡି, ସୁବର୍ଣ୍ଣପୁର, ସୁନ୍ଦଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.