fbpx

ଆଜି ରାଜ୍ୟରେ ୬୬ ଜଣଙ୍କର କରୋନାରେ ପ୍ରାଣହାନୀ

ଭୁବନେଶ୍ୱର, (ଓଡିଶା ଭାସ୍କର): ଆଜି ରାଜ୍ୟରେ କରୋନା ମୃତ୍ୟୁ ରେକର୍ଡ ପାର କରିଛି । ଗତ ତେର ଦିନ ହେଲା କରୋନାରେ ୫୦ରୁ ଅଧିକ ଲୋକ ମୃତ୍ୟୁବରଣ କରୁଥିବା ଦେଖାଯାଉଛି । କରୋନା ରାଜ୍ୟକୁ ସମ୍ପୂର୍ଣ୍ଣ ଭାବେ କବଳିତ କରିସାରିଛି, ଏହା ମୃତ୍ୟୁ ସଂଖ୍ୟାରୁ ପ୍ରମାଣିତ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫୦୫୮କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୩ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଗଞ୍ଜାମରୁ ୮ ଜଣ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ୬ ଜଣ ଲେଖାଏଁ, ବୌଦ୍ଧରୁ ୫ ଜଣ, ବରଗଡ଼ ଓ ନୟାଗଡ଼ରୁ ୩ ଜଣ ଲେଖାଏଁ, ଗଜପତି, ପୁରୀ ଓ କେନ୍ଦ୍ରାପଡ଼ରୁ ୨ ଜଣ ଲେଖାଏଁ, ଭଦ୍ରକ, ବଲାଙ୍ଗିର, ଜଗତସିଂହପୁର, ଯାଜପୁର, କନ୍ଧମାଳ ଓ ରାୟଗଡ଼ାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.