ଭୁବନେଶ୍ୱର, (ଓଡିଶା ଭାସ୍କର): ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଯେତେ ସଚେତନ ରହିଲେ ବି ରାଜ୍ୟରେ ମୃତ୍ୟୁସଂଖ୍ୟା କମିବାରେ ନାଁ ଧରୁନାହିଁ । ପ୍ରତିଦିନ ୬୦ ଉପରକୁ ଜୀବନ ନେଇଛୁ କରୋନା ମହାମାରୀ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭,୪୯୩ କୁ ବୃଦ୍ଧି ପାଇଛି ।
ତେବେ ଆଜି କଟକ ଜିଲ୍ଲାରୁ ସର୍ବାଧିକ ୨୦ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଜଗତସିଂହପୁରରୁ ୧୪, ଢେଙ୍କାନାଳରୁ ୮, ଯାଜପୁରରୁ ୬, ବାଲେଶ୍ୱରରୁ ୫, ଅନୁଗୁଳ ଓ କେନ୍ଦ୍ରାପଡ଼ାରୁ ୩ ଜଣ ଲେଖାଏଁ, ଭଦ୍ରକ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ କେନ୍ଦୁଝର, ନବରଙ୍ଗପୁର, ପୁରୀ, ରାୟଗଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।