ନୂଆଦିଲ୍ଲୀ,୧୮ ।୭:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨୬,୨୭୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୭୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୩୪,୮୮୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୭୧୬କୁ ବୃଦ୍ଧି ପାଇଛି ।
ଅନ୍ୟପଟେ ଦେଶରେ ୩,୫୮,୬୯୨ ଜଣ ଚିକିତ୍ସିତ ହେଉଥିବା ବେଳେ ୬,୫୩,୭୫୦ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।