fbpx
BJD
BJD SKY
BJD SKY

ରାଜ୍ୟରେ କରୋନା ନେଲା ୬୮ ମୁଣ୍ଡ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁକୁ ନେଇ ପ୍ରଶାସନ ଓ ଜନସାଧାରଣ ଆଶଙ୍କା ମଧ୍ୟରେ ରହିଛନ୍ତି । ଗତକାଲି ଅପେକ୍ଷା ଆଜି ଦୈନିକ କୋଭିଡ୍ ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି । ଗତ କିଛି ଦିନ ହେଲା କରୋନା ମୃତ୍ୟୁସଂଖ୍ୟା ୬୦ ତଳକୁ ଖସିବାର ନାଁ ଧରୁନାହିଁ । ମୃତ୍ୟୁ କ୍ଷେତ୍ରରେ ରାଜ୍ୟକୁ କରୋନା କବଳିତ କରିସାରିଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ସୁନ୍ଦରଗଡ଼ ଓ ପୁରୀରୁ ୧୨, କଟକରୁ ୧୧, କେନ୍ଦ୍ରାପଡ଼ାରୁ ୪, ବରଗଡ଼ରୁ ୩ ବାଲେଶ୍ୱର ଓ ଢେଙ୍କାନାଳରୁ ୨ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହା ସହ ଭଦ୍ରକ, ବଲାଙ୍ଗିର, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ନୂଆପଡ଼ା, ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.