fbpx

ଖୁସି ଖବର : ଓଡ଼ିଶାରେ ଆଜି ୬୮୫୪ ଆକ୍ରାନ୍ତ ହେଲେ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୬।୫ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୬୮୫୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୪ ଲକ୍ଷ ୨୩ ହଜାର ୨୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୯୧ ଜଣ ସୁସ୍ଥ ହୋଇଥିବା ବେଳେ ଝାରସୁଗୁଡ଼ାରୁ ୪୨୧ ଜଣ, ନବରଙ୍ଗପୁରରୁ ୪୧୫, ସୁନ୍ଦରଗଡ଼ରୁ ୩୭୦, ବଲାଙ୍ଗିରରୁ ୩୫୮, ଅନୁଗୁଳରୁ ୩୪୮, ବରଗଡ଼ରୁ ୩୦୮, ଯାଜପୁରରୁ ୩୦୧, କେନ୍ଦୁଝରରୁ ୩୦୦, ମୟୂରଭଞ୍ଜରୁ ୨୮୯, ନୂଆପଡ଼ାରୁ ୨୮୨, ଗଞ୍ଜାମ ଏବଂ କଳାହାଣ୍ଡିରୁ ୨୭୪ ଜଣ ଲେଖାଏଁ, ପୁରୀରୁ ୨୫୯, କଟକରୁ ୧୯୯, ରାୟଗଡ଼ାରୁ ୧୮୭, ସମ୍ବଲପୁରରୁ ୧୬୩, ଜଗତସିଂହପୁରରୁ ୧୧୨, ଗଜପତିରୁ ୧୦୯, ନୟାଗଡ଼ରୁ ୧୦୪, ବାଲେଶ୍ୱରରୁ ୭୯, ସୋନପୁରରୁ ୭୮, କେନ୍ଦ୍ରାପଡ଼ାରୁ ୭୭, ଭଦ୍ରକରୁ ୬୫, କୋରାପୁଟରୁ ୫୫, କନ୍ଧମାଳରୁ ୩୮, ମାଲକାନଗିରିରୁ ୩୨, ଦେବଗଡ଼ରୁ ୨୮, ବୌଦ୍ଧରୁ ୧୫, ଢେଙ୍କାନାଳରୁ ୧୧ ଏବଂ ଷ୍ଟେଟ ପୁଲରୁ ୨୧୨ ଜଣ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.