fbpx
BSKY SKY
BSKY SKY

ରାଜ୍ୟରେ ଦୈନିକ ମୃତ୍ୟୁ ୬୦ ତଳକୁ ଖସୁନି: ଆଜି ପୁଣି ୬୯ ଜଣଙ୍କର ପ୍ରାଣହାନୀ

BSKY

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁକୁ ନେଇ ପ୍ରଶାସନ ଓ ଜନସାଧାରଣ ଆଶଙ୍କା ମଧ୍ୟରେ ରହିଛନ୍ତି । ଗତ କିଛି ଦିନ ହେଲା କରୋନାରେ ୫୦ରୁ ଅଧିକ ଲୋକ ମୃତ୍ୟୁବରଣ କରୁଥିବା ଦେଖାଯାଉଛି । କରୋନା ରାଜ୍ୟକୁ ସମ୍ପୂର୍ଣ୍ଣ ଭାବେ କବଳିତ କରିସାରିଛି, ଏହା ମୃତ୍ୟୁ ସଂଖ୍ୟାରୁ ପ୍ରମାଣିତ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫୩୭୭କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୬ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବାଲେଶ୍ୱରରୁ ୧୦ ଜଣ, ସମ୍ବଲପୁରରୁ ୭ ଜଣ, କେନ୍ଦ୍ରାପଡ଼ାରୁ ୬ ଜଣ, ବରଗଡ଼ରୁ ୫ ଜଣ, ସୁନ୍ଦରଗଡ଼ରୁ ୪ ଜଣ, ବଲାଙ୍ଗୀର, ଝାରସୁଗୁଡ଼ା, ରାୟଗଡ଼ା ଓ କନ୍ଧମାଳରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, ନୂଆପଡ଼ା ଓ ସୋନପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.