ଭୁବନେଶ୍ୱର, (ଓଡିଶା ଭାସ୍କର): ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଯେତେ ସଚେତନ ରହିଲେ ବି ରାଜ୍ୟରେ ମୃତ୍ୟୁସଂଖ୍ୟା କମିବାରେ ନାଁ ଧରୁନାହିଁ । ପ୍ରତିଦିନ ୬୦ ଉପରକୁ ଜୀବନ ନେଇଛୁ କରୋନା ମହାମାରୀ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭,୧୫୪ କୁ ବୃଦ୍ଧି ପାଇଛି ।
ତେବେ ଆଜି ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୨ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କଟକରୁ ୧୧, ଢେଙ୍କାନାଳରୁ ୮, ଭଦ୍ରକ ଓ ଯାଜପୁରରୁ ୬ ଜଣ ଲେଖାଏଁ, ଅନୁଗୁଳ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ, ପୁରୀରୁ ୪, ମୟୂରଭଞ୍ଜ ଓ କେନ୍ଦୁଝରରୁ ୩ ଜଣ ଲେଖାଏଁ, ନୟାଗଡ଼ ଜିଲ୍ଲାରୁ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।