fbpx

ରାଜ୍ୟରେ ଆଜି ପୁଣି ଚାଲିଗଲା ୬୯ ଜୀବନ

ଭୁବନେଶ୍ୱର, (ଓଡିଶା ଭାସ୍କର): ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଯେତେ ସଚେତନ ରହିଲେ ବି ରାଜ୍ୟରେ ମୃତ୍ୟୁସଂଖ୍ୟା କମିବାରେ ନାଁ ଧରୁନାହିଁ । ପ୍ରତିଦିନ ୬୦ ଉପରକୁ ଜୀବନ ନେଇଛୁ କରୋନା ମହାମାରୀ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭,୬୯୭ କୁ ବୃଦ୍ଧି ପାଇଛି ।

ତେବେ ଆଜି କଟକ ଜିଲ୍ଲାରୁ ସର୍ବାଧିକ ୩୮ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଜଗତସିଂହପୁରରୁ ୯, ଢେଙ୍କାନାଳରୁ ୬, ଯାଜପୁର, କେନ୍ଦ୍ରାପଡା, ମୟୂରଭଞ୍ଜରୁ ୩ ଜଣ ଲେଖାଏଁ, ଅନୁଗୁଳ ଓ ନବରଙ୍ଗପୁରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ଭଦ୍ରକ, କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.