fbpx

ପୁଣି ଓଡ଼ିଶାରୁ ୬୯ ଆକ୍ରାନ୍ତଙ୍କ ମୃତ୍ୟୁ, ହିସାବ ଦେଲେ ସରକାର 

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିଲେ ବି ମୃତ୍ୟୁ ସଂଖ୍ୟା ରେକର୍ଡସ୍ତରରେ ରହୁଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍  । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣଙ୍କ ମୃତ୍ୟୁ ଘଟିଛି  । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୨୪୧କୁ ବୃଦ୍ଧି ପାଇଛି  ।

 

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୨ଜଣ ମୃତ୍ୟୁବରଣ କରିଛନ୍ତି  । ସେହିପରି ସୁନ୍ଦରଗଡରୁ ୧୦, ବରଗଡ଼ରୁ ୭ ଓ ଅନୁଗୁଳରୁ ୬, କେନ୍ଦୁଝରରୁ ୫, କେନ୍ଦ୍ରାପଡାରୁ  ୪, ବାଲେଶ୍ୱରରୁ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଭଦ୍ରକ, ବୌଦ୍ଧ, ଗଞ୍ଜାମ, ନୟାଗଡ ଓ ପୁରୀରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି । ଏହା ସହ ସୁବର୍ଣ୍ଣପୁର, କୋରାପୁଟଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି  । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି  ।

Get real time updates directly on you device, subscribe now.