fbpx

ରାଜ୍ୟରେ ଆଉ ୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ୨୨ ।୨ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୧ ଓ ସ୍ଥାନୀୟ ଅଞ୍ଚଳରୁ ୨୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୦୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୪ ହଜାର ୧୦୭ ରହିଥିବା ବେଳେ ୬୧୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.