fbpx
BSKY
BJD MC SKY
BJD YOUTH SKY

ଭୁବନେଶ୍ୱରରୁ ଆଜି ୬୯ ପଜିଟିଭ

ଭୁବନେଶ୍ୱର,୩।୧୧(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ମାତ୍ର ୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୪ ସ୍ଥାନୀୟ ଅଞ୍ଚଳରୁ ୫୫ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୮୦ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୯ ହଜାର ୩୭୯ କୁ ବୃଦ୍ଧି ପାଇଛି ।

Update on newly detected #COVID19 cases in the last 24 hrs under the BMC area on 3rd Nov (till 9am)

Image

ମୋଟ ୨୯ ହଜାର ୩୭୯ ପଜିଟିଭ ମଧ୍ୟରୁ ୧୭୦ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୮ ହଜାର ୧୩୮ ଜଣ ସୁସ୍ଥ ଓ ୧୦୫୦ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.