fbpx

ଓଡିଶାରେ ଅସମ୍ଭାଳ ସ୍ଥିତି! ଆଜି ପୁଣି ୬୯୯୮ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର, ୨୯ା୪ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ନୂଆ ୬ ହଜାର ୯୯୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୪୦୫୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୯୪୪ ଜଣ ଚିହ୍ନଟ ହୋଇଛନ୍ତି । ୨୨ଟି ଜିଲ୍ଲାରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ଶହେ ଉପରେ ରହିଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୫୧୭, ସୁନ୍ଦରଗଡରୁ ୪୭୪, ନୂଆପଡାରୁ ୪୨୦, ଝାରସୁଗୁଡାରୁ ୩୯୬, ବରଗଡରୁ ୩୩୦, ଅନୁଗୁଳରୁ ୩୨୫, ସମ୍ବଲପୁରରୁ ୩୨୩, ମୟୂରଭଞ୍ଜରୁ ୩୦୮, କଳାହାଣ୍ଡିରୁ ୨୯୨, ପୁରୀରୁ ୨୮୮, ନବରଙ୍ଗପୁରରୁ ୨୫୫, ବଲାଙ୍ଗିରରୁ ୨୩୬, ଯାଜପୁରରୁ ୨୨୬, ଷ୍ଟେଟପୁଲରୁ ୧୮୫, ରାୟଗଡାରୁ ୧୮୧, କେନ୍ଦୁଝରରୁ ୧୬୦, ସୁବର୍ଣ୍ଣପୁରରୁ ୧୩୧, ଗଞ୍ଜାମରୁ ୧୨୮, ଗଜପତି ଓ ନୟାଗଡରୁ ୧୨୧ ଲେଖାଏଁ, ଜଗତସିଂହପୁରରୁ ୧୦୪, ବାଲେଶ୍ୱରରୁ ୯୭, ଭଦ୍ରକରୁ ୯୧, କେନ୍ଦ୍ରାପଡାରୁ ୭୭, ଦେବଗଡରୁ ୭୪, ବୌଦ୍ଧରୁ ୬୫, କୋରାପୁଟରୁ ୫୭, କନ୍ଧମାଳରୁ ୪୫, ମାଲକାନଗିରିରୁ ୩୦, ଢେଙ୍କାନାଳରୁ ୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.